ହିଞ୍ଜିଳିକାଟୁରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ୧୦୫ ୟୁନିଟ ରକ୍ତ ସଂଗୃହୀତ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ଉତ୍କଳ ଜନନୀର ବରପୁତ୍ର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୫ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ହିଞ୍ଜିଳିକାଟୁ ପୌରାଂଚଳ ନେତାଜୀ କଲ୍ୟାଣ ମଣ୍ଡପ ପରିସରରେ ସ୍ଥାନୀୟ ପୌରାଂଚଳ ଯୁବ ଓ ଛାତ୍ର ବିଜେଡ଼ି ପକ୍ଷରୁ ଏକ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ ଡ଼ିଆରଡ଼ିଏ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ । ସମ୍ମାନିତ ଅତଥି ଭାବେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ତହସିଲଦାର ପ୍ରଭାତ କୁମାର ପରିଡ଼ା, ବିଡ଼ିଓ ପ୍ରସନ କୁମାର ପାତ୍ର, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାଶ, ରାଜ୍ୟ ବିଜେଡ଼ି ଯୁଗ୍ମ ସମ୍ପାଦକ କୌଳାସ ରଣା, ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ସୁବାଷ ମହାରଣା ପ୍ରମୁଖ ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ଆୟୋଜିତ ଶିବିରରେ ୧୦୫ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା । ବ୍ରହ୍ମପୁର ରକ୍ତ ଭଣ୍ଡାରର କର୍ମଚାରୀ ମାନେ ରକ୍ତ ସଂଗ୍ରହ କାର୍ଯ୍ୟରେ ସହଯୋଗ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ନଗର ବିଜେଡ଼ି ସଭାପତି ଭୀମସେନ ବେହେରା, ମୁଖ୍ୟମନ୍ତ୍ରୀଙ୍କ ପୌରାଂଚଳ ପ୍ରତିନିଧି ସଂଜୟ କୁମାର ପଣ୍ଡା, ପୂର୍ବତନ ପୌର ଉପାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲାଇ, ପୂର୍ବତନ ନଗରପାଳ ହୃଦୟାନନ୍ଦ ମହାପାତ୍ର, ଶିବରାମ ଗଉଡ଼, ପୂର୍ବତନ ଉପନଗରପାଳ ପବିତ୍ର ମୋହନ ପାଣିଗ୍ରାହୀ, ଆସିକା ସାଂସଦଙ୍କ ରାଜନୈତିକ ସହାୟକ ନିଳମଣି ପଟ୍ଟନାୟକ, ଶରତ ସାବତ, ଅଜୟ କୁମାର ମହାରଣା, ପ୍ୟାରୀମୋହନ ପାଢି, ସନ୍ତୋଷ କୁମାର ମହାରଣା, କିରଣ ପଟ୍ଟନାୟକ, ରାମଚନ୍ଦ୍ର ମହାପାତ୍ର, ତରୁଣ କୁମାର ପଣ୍ଡା, ମାନସ ରଂଜନ ବେହେରା, ଯୁଧିଷ୍ଟିର ସ୍ୱାଇଁ, ଚନ୍ଦନ ପାତ୍ର, ପୁର୍ଣ୍ଣ ଗଉଡ଼, ଜିତୁ ସ୍ୱାଇଁ, ସୁନିଲ ପଟ୍ଟନାୟକ, ସିଲୁ ବିଷୋୟୀ, ମୁକେଶ ରାଉଳ, ସୁରଜ ଭୋଳ, କୋରାମଣି ରାଉଳ, କାହ୍ନୁ ଚୌଧୁରୀ, ନକୁଳ ସେଠି, କୃଷ୍ଣ ସାହୁ, ବସନ୍ତ ନାୟକଙ୍କ ସମେତ ବହୁ ଯୁବ, ଛାତ୍ର ଓ ବିଜେଡ଼ି କର୍ମୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।