ହିଲ୍ଟପ କଲେଜରେ ସାଂସ୍କୃତିକ ଉତ୍ସବ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା ): ଗଜପତି ଜିଲ୍ଲାର ମୋହନା ଠାରେ ଥିବା ହିଲଟପ ସ୍ନାତକ ମହାବିଦ୍ୟାଳୟରେ ସାଂସ୍କୃତିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନୃତ୍ୟ, ସଂଗୀତ, ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗୀତା ଆଦି ଅନୁଷ୍ଠିତ ହୋଇଥିଲା. ସମସ୍ତ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଏଥିନିମନ୍ତେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶୁଭ୍ରକାନ୍ତ ମହାନ୍ତିଙ୍କ ପୌରହିତ୍ୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ପରିଚାଳନା କରିଥିଲେ।