ହୃଦ୍ଘାତରେ ସମାଜସେବୀଙ୍କ ପରଲୋକ
ବନ୍ତ,(ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତର ସମାଜସେବୀ ତଥା ବରିଷ୍ଠ ପୂଜକ ଭାସ୍କର ଚନ୍ଦ୍ର ମିଶ୍ର(୭୨)ଙ୍କର ମଂଗଳବାର ଭୋର ସମୟରେ ହୃଦ୍ଘାତରେ ପରଲୋକ ଘଟିଛି । ଖବର ପାଇ ସ୍ଥାନୀୟ ସରପଞ୍ଚ ରଂଜନ କୁମାର ସାହୁ, ବ୍ଲକ ଉପାଧ୍ୟକ୍ଷା ମଞ୍ଚୁଲତା ଜେନାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସ ଭବନରେ ପହଞ୍ôଚ ଶେଷ ଦର୍ଶନ କରିଥିଲେ । ସେ ଜଣେ ମିଷ୍ଠଭାଷୀ, ମେଳାପୀ, ପରୋପକାରୀ ବ୍ୟକ୍ତି ଥିଲେ । ତାଙ୍କ ମର ଶରୀରକୁ ଏକ ଶୋଭାଯାତ୍ରାରେ ନିଆଯାଇ ଶେଷକୃତ୍ୟ ସଂପନ୍ନ କରାଯାଇଥିଲା । ଜ୍ୟେଷ୍ଠ ପୁତ୍ର ପ୍ରଭାତ ମୁଖାଗ୍ନି ଦେଇଥିଲେ । ତାଙ୍କ ମୃତ୍ୟୁରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।


