ହେବାକୁ ଥିବା ଏକ ବାଲ୍ୟ ବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦପଣ୍ଡା) :-ଗଜପତି ଜିଲ୍ଲା କାଶୀନଗର ବ୍ଲକର ସି.ଏଚ୍.ଲକ୍ଷ୍ମୀପୁର ଗ୍ରାମରେ ଆଗାମୀ ଦିନରେ ହେବାକୁ ଥିବା ଏକ ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ । ଉକ୍ତ ବାଲ୍ୟବିବାହ ସମ୍ପର୍କରେ ବିଶ୍ୱସ୍ଥ ସୂତ୍ରରୁ କାଶୀନଗର ବାଲ୍ୟବିବାହ ନିଷେଧ ଅଧିକାରିଣୀ ଶ୍ରୀମତୀ କନକ ଲତା ପୂଜାରୀ ଜାଣିବାକୁ ପାଇଥିଲେ । ଶ୍ରୀମତୀ ପୂଜାରୀ ଖବର ପାଇ ବାଲ୍ୟବିବାହ ନିଷେଧ ଟାସ୍କଫୋର୍ସରେ ଥିବା ଅନ୍ୟ ସଦସ୍ୟ ମାନଙ୍କୁ ଅବଗତ କରିଥିଲେ। ଏହାପରେ ବାଲ୍ୟବିବାହକୁ ରୋକିବା ନିମନ୍ତେ ଏକ ଟିମ୍ ଗଠନ କରାଯାଇଥିଲା । ଉକ୍ତ ଟିମ୍ ରେ ଆଇ ସି ଡି ଏସ୍ (ICDS) ସିଡ଼ିପିଓ କନକ ଲତା ପୂଜାରୀ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ର ପରାମର୍ଶଦାତା ଶ୍ରୀଯୁକ୍ତ ଡ଼ି. ମଲ୍ଲିକ, ସଖୀ ୱାନ୍ ଷ୍ଟପ୍ ସେଣ୍ଟରର କେନ୍ଦ୍ର ପ୍ରଶାସିକା ଶ୍ରୀମତି ଭାଗ୍ୟଲକ୍ଷ୍ମୀ ନାୟକ, ଏକ୍ସନ ଏଡ୍ ର ଜିଲ୍ଲା ପ୍ରତିନିଧି ଶ୍ରୀଯୁକ୍ତ ବିକାଶ କୁମାର ମେହେର , UNFPA ର ଜିଲ୍ଲା ପ୍ରତିନିଧି ସୁଶ୍ରୀ ସଂଯୁକ୍ତ ତ୍ରିପାଠୀ ଏବଂ ଚାଇଲ୍ଡଲାଇନ୍ ର ସଦସ୍ୟ ଏ.ମୀନାକ୍ଷୀ, ପୋଲିସ ଅଧିକାରିଣୀ ଜୟନ୍ତୀ ପୁଷ୍ଟି ପ୍ରଭୃତି ଉକ୍ତ ଗ୍ରାମକୁ ଯାଇ ହେବାକୁ ଥିବା ବାଲ୍ୟବିବାହକୁ ସ୍ଥଗିତ କରିଥିଲେ । ଏହାପରେ ବିବାହ ହେବାକୁ ଥିବା ଝିଅର ଜନ୍ମ ପ୍ରମାଣ ପତ୍ର ଯାଞ୍ଚ କରାଯାଇଥିଲା ଏବଂ ଅଭିଭାବକଙ୍କୁ ବାଲ୍ୟବିବାହର କୁ-ପ୍ରଭାବ ଉପରେ ବିଷଦ ଭାବରେ ବୁଝାଯାଇଥିଲା। ଗ୍ରାମବାସୀଙ୍କ ଉପସ୍ଥିତିରେ ଝିଅର ଅଭିଭାବକ ଝିଅଟିକୁ ୧୮ ବର୍ଷ ପୂରଣ ନହେବା ଯାଏ ବିବାହ ଦେବେ ନାହିଁ ଏବଂ ଯଦି ଏଥିରେ ତ୍ରୁଟି କରିବେ ତେବେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ଲିଖିତ ଆକାରରେ ଜଣାଇଛନ୍ତି। ଝିଅଟିକୁ ୧୮ ବର୍ଷ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ବାଲ୍ୟବିବାହ ନିରୋଧ ଟାସ୍କଫୋର୍ସ ଦ୍ୱାରା ନିୟମିତ ପରାମର୍ଶ ଦେବା ସହ ଆବଶ୍ୟକ ଥଇଥାନ ଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ