ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଦ୍ଵାରା ମହମବତୀ ତିଆରି ତାଲିମ କାର୍ଯ୍ୟକ୍ରମର ଉଦଘାଟନ
ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ମହମବତୀ ତିଆରି ତାଲିମ କାର୍ଯ୍ୟକ୍ରମର ଉଦଘାଟନ ସଭା ଅନୁଷ୍ଠିତ ହୋଇଛି । ଏହି ୧୦ ଦିନିଆ ତାଲିମ କାର୍ଯ୍ୟକ୍ରମରେ ରାୟଗଡ ବ୍ଲକର ଗଙ୍ଗାବାଡ ପଞ୍ଚାୟତ ର ବିଭିନ୍ନ ଗ୍ରାମରୁ ମୋଟ ୨୯ ଜଣ ମହିଳା ଓ ପୁରୁଷ ତାଲିମ ନେବେ । ଉଦଘାଟନ ସଭାରେ ଜିଲ୍ଲା ଲିଡ ବ୍ୟାଙ୍କ ମେନେଜର କିଶୋର ଚନ୍ଦ୍ର ନାଇକ ମୁଖ୍ୟ ଅତିଥି ଏବଂ ଜିଲ୍ଲା ପରିଷଦ ସଂସ୍ଥା ର ସହାୟକ ପ୍ରକଳ୍ପ ନିର୍ଦେଶକ ଦେବେନ୍ଦ୍ର ନାଥ କର ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ | ପ୍ରଧ୍ୟାପିକା ଦୀକ୍ଷାଶ୍ରୀ ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ । ସମସ୍ତ ଅତିଥି ଗଣ ପ୍ରତିଭାଗୀ ମାନଙ୍କୁ ଭାଷଣ ମାଧ୍ୟମରେ ବିଭିନ୍ନ ଉଦାହରଣ ଦେଇ ମନଯୋଗ ସହକାରେ ତାଲିମ ପ୍ରାପ୍ତ ହୋଇ ଭବିଷ୍ୟତରେ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ। ଶେଷରେ ଅନୁଷ୍ଠାନର ବରିଷ୍ଠ ପ୍ରାଧ୍ୟାପକ ଦିଲ୍ଲୀପ କୁମାର ତନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।