ୟୁରୋ ସ୍କୁଲ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଛତ୍ରପୁର, (ଦେବଦତ୍ତ ମହାରଣା) :-ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ୟୁରୋ ସ୍କୁଲ ପକ୍ଷରୁ ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ସ୍କୁଲ ପରିସରରେ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ଓ ମୁଖ୍ୟ ପୃଷ୍ଠପୋଷକ ସସ୍ମିତା ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ସ୍କୁଲର ସମସ୍ତ ଛାତ୍ରଛାତ୍ରୀ ମାନେ ଯୋଗ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ସ୍କୁଲର କ୍ରୀଡା ଶିକ୍ଷକ ସିମାଂଚଳ ଗୌଡ ପ୍ରଶିକ୍ଷଣ ଦେଇଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହି ଯୋଗ କରିବା ଦ୍ୱାରା ଶରୀର ଓ ମନ ସୁସ୍ଥ ରହିବ ବୋଲି ମତବ୍ୟକ୍ତ କରିଥିଲେ ।