୧ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ

ବାରିପଦା : ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଥିବା ଶିମିଳିପାଳ ଅଭୟାରଣ୍ୟ ନଭେମ୍ବର ପହିଲାରୁ ପୁଣିଥରେ ଖୋଲିବ । ଏ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ର ନିର୍ଦ୍ଦଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ହରିଶଙ୍କର ବଶିଷ୍ଟଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ନିମନ୍ତେ ବାରିପଦା ଓ ଯଶୀପୁର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କାର୍ଯ୍ୟାଳୟରୁ ଅନୁମତି ମିଳିବ । ଏଥିସହିତ ପ୍ରତ୍ୟେକ ଦିନ ପିଠାବଟା ରେଞ୍ଜର ଲୁଲୁଙ୍ଗ ଫାଟକ ଦେଇ ୨୫ ଗାଟି ଓ ଯଶୀପୁରର କାଳିଆଣି ଫାଟକ ମଧ୍ୟ ଦେଇ ୩୫ ଗାଟି ୪ଚକିଆ ଯାନର ପ୍ରବେଶ ଅନୁମତି ମିଳିବ । ଏନେଇ ସର୍ବପ୍ରଥମେ ଆସିଥିବା ଯାନଗୁଡ଼ିକ ମଧ୍ୟରୁ କ୍ରମାନ୍ୱୟ ଅନୁସାରେ ଅନୁମିତି ମିଳିବ । ଏଥି ନିମନ୍ତେ ପିଠାବଟା ଓ ଯଶୀପୁର ବୁକିଂ କାଉଣ୍ଟରରୁ ପୂର୍ବାହ୍ନ ୬ଟାରୁ ୯ଟା ପର୍ଯ୍ୟନ୍ତ ପ୍ରବେଶ ପତ୍ର ମିଳିପାରିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ