୧୦ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ

ଭୁବନେଶ୍ବର : ପାଣିପାଗ ବିଭାଗ ପକ୍ଷରୁ ୧୦ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ଆଜି ରାତି ୯ଟା ସୁଦ୍ଧା ବର୍ଷା ଓ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହିତ ଏହି ସମୟରେ ୫୦ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଉଛନ୍ତି କଳାହାଣ୍ଡି, ରାୟଗଡା, କନ୍ଧମାଳ, ବଲାଙ୍ଗିର, ନୂଆପଡା, ନବରଙ୍ଗପୁର, ଗଞ୍ଜାମ, ଗଜପତି, ନୟାଗଡ ଓ କୋରାପୁଟ । ଏହି ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ