୧୧ଟି ଜିଲ୍ଲା କୁ ଅରେଞ୍ଜ ୱାର୍ଣ୍ଣିଂ
(ଯୁଗାବ୍ଦ ନ୍ୟୁଜ )ବଙ୍ଗୋପସାଗରରେ ଲଘୁଚାପ ଯୋର୍ଗୁ ଓଡ଼ିଶାରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୩ ଓ ୧୪ତାରିଖ ଦୁଇଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିପାଇଁ ରାଜ୍ୟ ସରକାର ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଆଲର୍ଟ ଜାରି କରିଛନ୍ତି। ୧୪ ତାରିଖରେ ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳ ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଆଜି ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଝାରସୁଗୁଡ଼ା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ମୟୂରଭଞ୍ଜ, କେନ୍ଦୁଝର, ଗଜପତି,ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ଯାଜପୁର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୪୮ ଘଣ୍ଟା ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଜାରି କରାଯାଇଛି ।


