୧୧ ଯାଏ କାଳବୈଶାଖୀ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ଅବଧି ବଢ଼ି ଚାଲିଛି । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଲାଗି ରହିବ । ଘଡ଼ଘଡ଼ି, ବଜ୍ରପାତ, ବର୍ଷା ସାଙ୍ଗକୁ କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୯ ତାରିଖ ବେଳକୁ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଢେ଼ଙ୍କାନାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିପାରେ । ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ସର୍ବୋଚ୍ଚ ତାପମାତ୍ରାରେ ସେଭଳି ଆଖିଦୃଶିଆ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ