୧୧ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ : ୧ଗିରଫ
ନିମାପଡ଼ା, (ସନ୍ତୋଷ ଦାଶ) :-ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦେଶ କ୍ରମେ ନିମାପଡା ଅବକାରୀ ଥାନା ଅଧିକାରିଣୀ ଶ୍ରୀମତୀ ମମତା କୁମାରୀ ଦାସଙ୍କ ନେତୃତ୍ୱରେ ଏକ ଟିମ କାକଟପୁର ଥାନା ଅଧୀନ ସାଇ ମେଡିକାଲ ନିକଟରେ ଚଢ଼ାଉକରି ପ୍ରଫୁଲ୍ଲ କୁମାର ମିଶ୍ର ,ବୟସ -୪୯ ବର୍ଷଙ୍କୁ ଗିରଫ କରି ତାଙ୍କ ଠାରୁ ୧୧୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛନ୍ତି। ନିମାପଡା ଅବକାରୀ ଥାନା ଏକ କେସ ନଂ ୨୯/୨୨ ରୁଜୁ କରି ଅଭିଯୁକ୍ତ କୁ କୋର୍ଟ ଚାଲାଣ କରିଥିଲେ। ଅଭିଯୁକ୍ତ ଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ନିମାପଡା ଉପ- କlରଗlରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୧୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ। ଏହି ଚଢ଼ାଉରେ ଅବକାରୀ ଏ ଏସ ଆଇ ପୂର୍ଣ୍ଣ ଚନ୍ଦ୍ର ନାଏକ , ପ୍ରଦୀପ୍ତ କୁମାର ପଣ୍ଡା, ଶେଖ ୱାରିସ, ପ୍ରବୀନ ବିରାଜ କିରୋ ପ୍ରମୁଖ ସାମିଲ ଥିଲେ ।