୧୨କୋଟି ଟଙ୍କାର ଗଞ୍ଜେଇ ଗଛକୁ ପୋଡିଲା ପ୍ରଶାସନ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) – ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ରାକେଶପଙ୍କା ଗ୍ରାମ ଅଞ୍ଚଳରେ ପୋଲିସ, ଅବକାରୀ ଓ ରାଜସ୍ୱ ବିଭାଗର ଏକ ମିଳିତ ଚଢାଉ କରାଯାଇ ବିପୁଳ ପରିମାଣରେ ଚୋରା ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିବା ସୂଚନା ମିଳିଛି । ଗଜପତି ଜିଲାପାଳ ଅନୁପମ ସାହା ଓ ଆରକ୍ଷୀ ଅଧିକ୍ଷକ ସାରା ଶର୍ମା ଏବଂ ଅବକାରୀ ଅଧିକ୍ଷକ ପ୍ରଦୀପ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହି ମିଳିତ ଚଢାଉ କରାଯାଇଥିଲା । ଚଢାଉ ବେଳେ ସେଠାରେ ୬୦.୮ ଏକର ଜମିରେ ଚାଷ ହୋଇଥିବା ୧ଲକ୍ଷ ୨୧ହଜାର ୬୦୦ ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିବା ଜଣାପଡିଛି । ଏହି ଗଞ୍ଜେଇ ଗଛ ଗୁଡିକର ମୂଲ୍ୟ ୧୨କୋଟି ୬୦ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ