୧୫୬୭ଟି ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ

ଭୁବନେ‌ଶ୍ୱର(‌ୱାଇଏନ୍‌ଏସ୍‌): ଜନଜାତି ଓ ଅପପୃଷ୍ଟି ଦେଖା ଯାଉଥିବା ଅଞ୍ଚଳରେ ବର୍ତ୍ତମାନ ୧୫୬୭ ନୂଆ ଅଙ୍ଗନବାଡ଼ି ଖୋଲିବା ପାଇଁ ଜିଲ୍ଲାମାନଙ୍କୁ ମଞ୍ଜୁରୀ ଦିଆଯାଇଛି। ଗୋଟିଏ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ପାଇଁ ବର୍ତ୍ତମାନ ୭ ଲକ୍ଷ ଟଙ୍କାର ଅନୁଦାନ ଦିଆଯାଉଛି। ମନରେଗାରେ ୫ ଲକ୍ଷ ଟଙ୍କା ଆଉ ୨ ଲକ୍ଷ ଟଙ୍କା ରାଜ୍ୟ ସରକାର ଯୋଗାଇ ଦେଉଛନ୍ତି । ସହରାଞ୍ଚଳରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ପାଇଁ ଯେଉଁଠି ଜମି ସମସ୍ୟା ହେଉଛି, ସେଠି କମିଟି ଗଠନ କରି ଜାଗା ଚିହ୍ନଟ କରିବା ଲାଗି ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପୁଷ୍ଟି ସାଧନ ପାଇଁ ଅଙ୍ଗନବାଡ଼ିରେ ୫ ଦିନ ଅଣ୍ଡା ଯୋଗାଇ ଦିଆଯାଉଛି ବୋଲି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ