୧୭୫ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ
ବନ୍ତ, (ଚାନ୍ଦିନୀ ମହାନ୍ତି) : ବନ୍ତ ବ୍ଲକରେ ୧୭୫ ଜଣ ବାର୍ଦ୍ଧକ୍ୟ, ବିଧବା ଓ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଂସଦ ମଞ୍ଜୁଲତା ମଣ୍ଡଳ, ବିଧାୟକ ପ୍ରଫୁଲ୍ଲ ସାମଲ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ବିଡିଓ ଅଙ୍କିତା ବାରିକ, ଜିଲା ପରିଷଦ ସଭ୍ୟା ରେବତୀ ନାୟକ, ସଭ୍ୟ ପ୍ରଶାନ୍ତ ଦାଶ, ସରପଞ୍ଚ କୃପାସିନ୍ଧୁ ସେଠୀ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ନିଶାକର ଖୁଣ୍ଟିଆଙ୍କ ସମେତ କର୍ମଚାରୀ ମାନେ ସହଯୋଗ କରିଥିଲେ ।