୧୮ତମ ଜିଲ୍ଲାସ୍ତରୀୟ କ୍ୟୁରୋସି ଓ ସପ୍ତମ ପ୍ୟୁମସି ଚମ୍ପିଆନସିପ୍
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲାର ୧୮ତମ ଜିଲ୍ଲାସ୍ତରୀୟ କ୍ୟୁରୋସି ଏବଂ ସପ୍ତମ ପ୍ୟୁମସି ଚମ୍ପିଅନସିପ୍ ପ୍ରତିଯୋଗିତା ଗରାପୁରସ୍ଥିତ ସୌଭାଗ୍ୟ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ତାଇକୋଣ୍ଡୋ ସଂଘର ସଭାପତି ବିମଳ କୁମାର ପଣ୍ଡାଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ କପାଳେଶ୍ୱର ପଞ୍ଚାୟତ ସରପଞ୍ଚ କଳ୍ପନା ମହାନ୍ତି ମୁଖ୍ୟ ଅତିଥି ଓ ଓଡିଶା ତାଇକୋଣ୍ଡୋ ସଂଘର ସଭାପତି କୃଷ୍ଣଚନ୍ଦ୍ର ଦାସ, ଭୁବନେଶ୍ୱର ତାଇକୋଣ୍ଡୋ ସଂଘର ସଭାପତି ସଞ୍ଜୟ କୁମାର ଜଗଦେବ, ଭୁବନେଶ୍ୱର ତାଇକୋଣ୍ଡୋ ସଂଘର ସମ୍ପାଦକ ବିଜୟ କୃଷ୍ଣ ପରିଡା, କଟକ ତାଇକୋଣ୍ଡୋ ସଂଘର ସମ୍ପାଦକ ଶ୍ରୀକାନ୍ତ ପରିଡା ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ । ଏହି ପ୍ରତିଯୋଗୀତାରେ ଜିଲ୍ଲାର ୧୦ଟି ଶାଖାରୁ ୨୦୦ରୁ ଉର୍ଦ୍ଧ୍ୱ ବାଳକ ଓ ବାଳିକା ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ । ଏହି ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନେ ଆସନ୍ତା ଡିସେମ୍ବର ମାସରେ କଟକଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ ଓପନ୍ ଚମ୍ପିଆନସିପ୍ରେ ଅଂଶଗ୍ରହଣ କରିବେ ବୋଲି କେନ୍ଦ୍ରାପଡା ଜିଲ୍ଲା ତାଇକୋଣ୍ଡୋ ସଂଘର ସମ୍ପାଦକ କିଶୋର ଚନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି ।


