୨ଟି ଆଦର୍ଶ ବିଦ୍ୟାଳୟରେ ଯୁକ୍ତ ଦୁଇ ପାଠ୍ୟକ୍ରମ ଆରମ୍ଭ ସମ୍ପର୍କରେ ବିଧାନସଭା ରେ ପ୍ରଶ୍ନ କଲେ ଛତ୍ରପୁର ବିଧାୟକ
ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ଏବଂ ଗଞ୍ଜାମ ବ୍ଲକ ଅନ୍ତର୍ଗତ ଶତ୍ରୃଶୋଳ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୩ୟ ପର୍ଯ୍ୟାୟ ବିଦ୍ୟାଳୟ ଅନ୍ତର୍ଭୁକ୍ତ । ପର୍ଯ୍ୟାୟକ୍ରମେ ଏହି ବିଦ୍ୟାଳୟ ମାନଙ୍କରେ ଯୁକ୍ତ ଦୁଇ ପାଠ୍ୟକ୍ରମରେ ଶିକ୍ଷାଦାନ କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି ଚଳିତ ବିଧାନସଭା ଅଧିବେଶନରେ ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଂଜନ ଦାଶ , ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ମନ୍ତ୍ରୀ ଶ୍ରୀ ଦାଶ ।


