୨ଟି ମହାପ୍ରୟାଣ ଗାଡି ଉଦଘାଟିତ

କେନ୍ଦ୍ରାପଡା ,(ଯୁଗାବ୍ଦ ନ୍ୟୁଜ୍‌) : ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଆନୁକୁଲ୍ୟରେ ବୁଧବାର ଅପରାହ୍ନରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପରିସରରେ ୨ଟି ନୂତନ ମହାପ୍ରୟାଣ ଗାଡି ଉଦଘାଟିତ ହୋଇଯାଇଛି । ଏହି ଅବସରରେ କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି,କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା ଓ ଜିଲ୍ଲାପାଳ ସମର୍ଥ ବର୍ମା ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜିଲ୍ଲାକୁ ଯୋଗାଇ ଦିଆଯାଇଥିବା ୨ଟି ମହାପ୍ରୟାଣ ଗାଡିକୁ ଫିତାକାଟି ଉଦଘାଟନ କରିଥିଲେ । ୨ଟି ଗାଡି ମଧ୍ୟରୁ ଗୋଟିଏ ମହାକାଳପଡା ଓ ଅନ୍ୟଟି ରାଜନଗର ସ୍ୱାସ୍ଥ୍ୟକେନ୍ଦ୍ରକୁ ଯୋଗାଇ ଦିଆଯାଉଥିବା ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଉର୍ମିଳା ମିଶ୍ର ସୂଚନା ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ମାନସ କୁମାର ପରିଡା, ବ୍ଲକ ଅଧ୍ୟକ୍ଷ ଅନାମବନ୍ଧୁ ଧଳ, ଜାତୀୟ ସ୍ୱାସ୍ଥ୍ୟ ମିଶନର ପ୍ରକଳ୍ପ ପରିଚାଳକ ପ୍ରକାଶ ବାନାର୍ଜୀ ଓ ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ