୨୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର, (ୱାଇଏନ୍ଏସ୍): ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୨୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଓ ବୌଦ୍ଧ ଆଦି ରହିଛି । ଏହି ଜିଲ୍ଲାଗୁଡ଼ିରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ଅଗଷ୍ଟ୧୦ରୁ ୧୧ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଓ ବାଲେଶ୍ୱର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ୧୧ରୁ ୧୨ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ,, ଅନୁଗୁଳ, ଢ଼େଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂତରୁ ପ୍ରକାଶ ।


