୨୪୯ଟି ପଂଚାୟତରେ ୧୧୬୪ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ୪୬ହଜାର ୮୯୨ଟି ଶଯ୍ୟା

କେନ୍ଦ୍ରାପଡା (ଚିତ୍ତରଞ୍ଜନ ଦାସ) : କରୋନା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକ ତ୍ୱରିତ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଖୋଲାଯାଇଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକର ସୁପରିଚାଳନା ଉପରେ ଜିଲ୍ଲାପାଳ ସମର୍ଥ ବର୍ମା ଗୁରୁତ୍ୱାରୋପ କରିଛନ୍ତି । ଜିଲ୍ଲାର ସମସ୍ତ ୨୪୯ଟି ପଂଚାୟତରେ ୧୧୬୪ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଇ ୪୬ହଜାର ୮୯୨ ଟି ଶଯ୍ୟା ପ୍ରସ୍ତୁତ କରାଯାଇଥିବା ବେଳେ କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ପୈାରସଂସ୍ଥା ପକ୍ଷରୁ ୩୪ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଇ ୧୯୫୨ଟି ଶଯ୍ୟା ପ୍ରସ୍ତୁତ କରାଯାଇଛି । ସମସ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ୧୪୪ ଧାରା ଜାରିକରାଯାଇଛି । ଆଜି ସୁଦ୍ଧା ୧୫ହଜାର ୧୭୯ ଜଣ ରାଜ୍ୟ ବାହାରୁ ଆସିଛନ୍ତି । ଆଜି ଆସିଥିବା ୮୬୨ ଜଣଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ୯୪ଜଣ, ପଟ୍ଟାମୁଣ୍ଡାଇ ବ୍ଲକର ୯୯, ମହାକାଳପଡା ବ୍ଲକର ୧୨୧, ମାର୍ଶାଘାଇ ବ୍ଲକର ୧୬୧, ରାଜନଗର ବ୍ଲକର୨୧୦, ରାଜକନିକା ବ୍ଲକର ୮୮, ଆଳି ବ୍ଲକର୦, ଡେରାବିଶି ବ୍ଲକର ୩୦ ଓ ଗରଦପୁର ବ୍ଲକର ୫୯ ଜଣ ଅଛନ୍ତି । ତାଲାବନ୍ଦ ଆଇନ ଉଲ୍ଲଙ୍ଘନ କରିଥିବାରୁ ୧୫୯ଜଣ ଅଭିଯୁକ୍ତଙ୍କ ନାମରେ ୮୯ଟି ମାମଲା ରୁଜୁ କରାଯାଇ ୬୯ଟି ବାଇକ, ୧୦ଟି ଚାରି ଚକିଆ ଓ ୨ଟି ଅଟୋରିକ୍ସା ଜବତ କରାଯାଇ ୩ଲକ୍ଷ ୩୦ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି । ଜିଲ୍ଲାର ୭୫ହଜାର ୮୨୬ ଜଣ ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ପ୍ରତ୍ୟେକ ଏକହଜାର ୫ଶହ ଟଙ୍କା ଲେଖାଁଏ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଅନ୍ୟାଦେଶ ପର୍ଯ୍ୟନ୍ତ ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକ ସକାଳ ୭ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବା ଏବଂ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ ଗୁଡିକ ଦିନରାତି ଖୋଲାରହିବ । ମାର୍କେଟ କମ୍ପେ୍ଲକ୍ସ ଓ ସପିଂ ମଲ ବାହାରେ ଥିବା ସେଲୁନ ଓ ପାର୍ଲର ଗୁଡିକ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିବ । ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି । ମଦ ଦୋକାନ ଗୁଡିକ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ବନ୍ଦ ରହିବ । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ