୨୪ ଘଣ୍ଟାରେ ଦେଶରେ ୧,୧୫,୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୬୩୦ ମୃତ

ନୂଆଦିଲ୍ଲୀ, (ୱାଇଏନ୍‌ଏସ୍‌): ଦେଶରେ ଦୁଇ ଥର ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୫,୭୩୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୩୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୮,୦୧,୭୮୫ରେ ପହଞ୍ଚିଛି। ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୬,୧୭୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୯,୮୫୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୬୬,୧୭୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮,୪୩,୪୭୩।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮,୭୦,୭୭,୪୭୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ