୨୪ ଘଣ୍ଟାରେ ୮୪୯ ପଜିଟିଭ, ୭ ମୃତ

ଭୁବନେଶ୍ୱର, (ଓ୍‌ୱାଇଏନ୍‌ଏସ୍‌): ରାଜ୍ୟରେ ପୁଣି ଧୀରେ ଧୀରେ ବଢ଼ୁଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୪୯ ନୂଆ କରୋନା ପଜିଟିଭ । କ୍ୱାରେଣ୍ଟାଇନରୁ ୪୯୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୪ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୦୦୭୨ କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୪ହଜାର ୬୩୯ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୩୪୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୦ଜଣ ପଜିଟିଭ ରହିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୧ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣେ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୩୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍‌ରୁ ୭୮ଜଣ ରହିଛନ୍ତି । ରାଜ୍ୟରୁ ଶୁକ୍ରବାର ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ଗଞ୍ଜାମରୁ ସର୍ବାଧିକ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଏବଂ ପୁରୀ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୧୦,୦୭୨ରେ ପହଞ୍ଚିଥିବା ବେଳେ ୯,୯୪,୬୩୯ଜଣ ସୁସ୍ଥ ହୋଇଛନ୍ତି। ୭୩୪୫ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ