୨୭ ବିଭାଗରେ ୨୨୫ଟି ସେବା ମୋ ସରକାରରେ ସାମିଲ ହୋଇଛି

ଭୁବନେଶ୍ୱର, (ୱାଇଏନ୍‍ଏସ୍‍): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ମୋ ସରକାରର ଅଗ୍ରଗତି ସଂପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ସମସ୍ତେ ବିଭିନ୍ନ କ୍ଷେତ୍ରରେ ସରକାରୀ ସେବା ପାଉଛନ୍ତି ବା ବିଭିନ୍ନ କଲ୍ୟାଣକାରୀ ଯୋଜନାର ହିତାଧିକାରୀ ଅଟନ୍ତି । ଏ ସମସ୍ତଙ୍କର ଫିଡବ୍ୟାକ ରେକର୍ଡ କରାଯାଇ ଏହା ଭିତିରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଇଛି । ବର୍ତମାନ ଏହାକୁ ପରବର୍ତୀ ସ୍ତରକୁ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେଣୁ ସବୁ ସ୍ତରରେ, ସବୁ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଲୋକଙ୍କ ଠାରୁ ଅଧିକରୁ ଅଧକ ଫିଡବ୍ୟାକ୍ ନେବାପାଇଁ ସେ ପରାମର୍ଶ ଦେଇଥିଲେ । ସେ କହିଥିଲେ ଯେ ସବୁ ସରକାରଙ୍କ ଲକ୍ଷ୍ୟ ହେଉଛି ଲୋକଙ୍କୁ ସେବା ଯୋଗାଇଦେବା । ତେଣୁ ଲୋକଙ୍କ ଠାରୁ ନିୟମିତ ଭାବରେ ଫିଡବ୍ୟାକ୍ ଗ୍ରହଣ କରି ଏବଂ ତାହାକୁ ଭିତିକରି ପରବର୍ତୀ କାର୍ଯ୍ୟାନୁଷ୍ଠାନ ନେଲେ କିମ୍ବା ନୀତି ବା ପ୍ରକ୍ରିୟାରେ ଆବଶ୍ୟକ ସଂଶୋଧନ କରିବା ଦ୍ୱାରା ଲୋକଙ୍କ ପାଖରେ ସରକାରଙ୍କ ପ୍ରାସଙ୍ଗିକତା ରହିବ ।ରାଜ୍ୟ ସରକାରଙ୍କ ପ୍ରଶାସନ ୫-ଟି ନୀତି ଦ୍ୱାରା ପରିଚାଳିତ ଏବଂ ଏହାଦ୍ୱାରା ସବୁ କ୍ଷେତ୍ରରେ ରୂପାନ୍ତର ଆଣିବା ଆମର ଲକ୍ଷ୍ୟ । ବିଭିନ୍ନ କ୍ଷେତ୍ରରେ ଓଡିଶା ଏବେ ଯେଉଁ ଉଲ୍ଲେଖନୀୟ ପଦକ୍ଷେପ ନେଇ ସାରା ବିଶ୍ୱର ନଜରକୁ ଆସିପାରିଛି । ମହିଳା ସଶକ୍ତିକରଣ ଠାରୁ ଆରମ୍ଭ କରି କୃଷକ ମାନଙ୍କୁ ସହାୟତା, ସହରାଂଚଳ ପରିଚାଳନା ବ୍ୟବସ୍ଥା, କ୍ରୀଡା, ଦକ୍ଷତା ବିକାଶ, ସ୍ୱାସ୍ଥ୍ୟ ସେବା ଓ ସ୍କୁଲ ରୂପାନ୍ତର ଆଦି କାର୍ଯ୍ୟକ୍ରମ ଗୁଡିକରେ ରାଜ୍ୟ ଅନେକ ପ୍ରଶଂସା ପାଇଛି ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ କେତେକ ହିତାଧିକାରୀଙ୍କ ସହିତ ଟେଲିଫୋନ୍ ରେ ସିଧାସଳଖ କଥାହୋଇ ସେମାନଙ୍କ ଠାରୁ ଫିଡବ୍ୟାକ ନେଇଥିଲେ । ଜାତିଗତ ପ୍ରମାଣପତ୍ର ନେବା ପାଇଁ ତହସିଲକୁ ଯାଇଥିବା ବ୍ୟକ୍ତି, ମ୍ୟୁନିସିପାଲ୍‌ଟିକୁ ସେବା ପାଇଁ ଯାଇଥିବା ବ୍ୟକ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ବେସରକାରୀ ହସ୍‌ପିଟାଲକୁ ଚିକିତ୍ସା ପାଉଥିବା ବ୍ୟକ୍ତି, ଥାନାକୁ ବିଭିନ୍ନ ଅଭିଯୋଗ ନେଇ ଯାଇଥିବା ବ୍ୟକ୍ତି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ ଏବଂ ସେମାନେ କିପରି ସେବା ପାଇଲେ, ସେମାନଙ୍କ ସହିତ ଉତମ ବ୍ୟବହାର କରାଯାଇଥିଲା କି ନାହିଁ, କିମ୍ବା ସେମାନଙ୍କ ଠାରୁ କୌଣସି ପ୍ରକାର ଅର୍ଥ ମଗାଯାଇଥିଲା କି ନାହିଁ, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ । ତହସିଲ ଓ ସବ୍ ରେଜିଷ୍ଟାର ଅଫିସରେ ଦିଆ ଯାଉଥିବା ସେବାରେ ଉନ୍ନତି ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ଯେଉଁ ବିଭାଗ ଗୁଡିକ ର ଲରରୟଭବମଳ ଗ୍ରହଣ ସନ୍ତୋଷ ଜନକ ନୁହେଁ ସେ ବିଭାଗ ଗୁଡିକର କାର୍ଯ୍ୟ ସମୀକ୍ଷା କରି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି କହିଲେ ଯେ ବ୍ୟବସ୍ଥା କିପରି କାମ କରୁଛି, ତାକୁ ଜାଣିବା ହେଉଛି ମୋ ସରକାରର ଲକ୍ଷ୍ୟ । ଲୋକଙ୍କୁ ସମ୍ମାନର ସହିତ ସେବା ଯୋଗାଇଦେବା ହେଉଛି ସରକାରଙ୍କ ଦାୟିତ୍ୱ । ସେମାନେ ଯେପରି କୌଣସି କାର୍ଯ୍ୟାଳୟରେ ଖରାପ ବ୍ୟବହାର ନ ପାଆନ୍ତି ଏବଂ ବୃତିଗତ ସେବା ପାଆନ୍ତି, ତାକୁ ସୁନିଶ୍ଚିତ କରିବା ହେଉଛି ମୋ ସରକାରର ଲକ୍ଷ୍ୟ ବୋଲି ସେ କହିଥିଲେ ।ଇଲୋକ୍ଟ୍ରୋନିକ୍‌ସ ଓ ଆଇ.ଟି ସଚିବ ମନୋଜ କୁମାର ମିଶ୍ର ମୋ ସରକାର ଉପରେ ଏକ ଉପସ୍ଥାପନା ରଖି କହିଲେ ଯେ ବର୍ତମାନ ୨୭ଟି ବିଭାଗର ୨୨୫ଟି ସେବା ମୋ ସରକାରରେ ଅନ୍ତର୍ଭୁକ୍ତ ହୋଇଛି । ଆଉ ମାସକ ମଧ୍ୟରେ ୨୫୦ଟି ସେବା ଅନ୍ତର୍ଭୁକ୍ତ ହେବ । ଏହି କାର୍ଯ୍ୟକ୍ରମରେ ବର୍ତମାନ ସୁଦ୍ଧା ସାରା ରାଜ୍ୟରେ ୨ କୋଟି ଲୋକଙ୍କ ଡାଟାବେସ୍ ରଖାଯାଇଛି ।ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ