୨୭ ଶହ ଅତିକ୍ରମ କଲା କୋରୋନା ଭାଇରସ୍‌ ମୃତ୍ୟୁ ସଂଖ୍ୟା

ବେଜିଂ : ଚୀନ୍‌ରେ ତାଣ୍ଡବ ମଚାଇଛି କୋରୋନା ଭାଇରସ୍‌ । ଗୁରୁବାର ମିଳିଥିବା ସୂଚନା ଅନୁଯାୟୀ ଏହି ଭାଇରସ୍‌ ପ୍ରଭାବରେ ମୃତ୍ୟୁ ସଂଖ୍ୟା ୨୭ ଶହ ଅତିକ୍ରମ କରିଛି । ଧୀରେ ଧୀରେ ଏହି ଭାଇରସ୍‌ର ପ୍ରଭାବ ନିୟନ୍ତ୍ରଣକୁ ଆସିଥିଲେ ମଧ୍ୟ ଏପ୍ରିଲ୍‌ ପୂର୍ବରୁ ଏହାକୁ ସମ୍ପୂର୍ଣ୍ଣ ଦମନ କରିହେବ ନାହିଁ । ଏହି ଭାଇରସ୍‌ ଦ୍ବାରା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୪୯୭ରେ ପହଞ୍ଚିଛି । ବୁଧବାର ଏହି ଭାଇରସ୍‌ ପ୍ରଭାବରେ ୫୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ନୂତନ ଭାବରେ ୪୩୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩୨,୪୯୫ ଜଣ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ