୨ କନଷ୍ଟେବଳଙ୍କୁ କରୋନା
ଭୁବନେଶ୍ୱର: କମିଶନରେଟ ପୁଲିସ ରିଜର୍ଭ ଲାଇନର ୨ କନଷ୍ଟେବଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଉଭୟ ଛୁଟିରୁ ଫେରି ଆଇସୋଲେସନରେ ଥିଲେ । ଏବେ ଉଭୟ ପଜିଟିଭ ଚିହ୍ନଟ ହୋଇଛନ୍ତି । ଉଭୟଙ୍କ ଘର କେନ୍ଦ୍ରାପଡ଼ା ଓ ଗଞ୍ଜାମ ଜିଲ୍ଲାର ବୋଲି ଜଣାଯାଇଛି । ପଜିଟିଭ ଚିହ୍ନଟ ପରେ ଉଭୟଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।ପ୍ରକାଶ ଯେ, ରାଜ୍ୟରୁ ଆଜି ଆଉ ୭୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରବିବାର ରାଜ୍ୟର ୨୫ଟି ଜିଲାରୁ ଚିହ୍ନଟ ୭୩୬ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ଟପିଛି। ଆଜି ଚିହ୍ନଟ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୨୫୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।