+୨ ଛାତ୍ରୀମାନଙ୍କ ଆତ୍ମା ସୁରକ୍ଷା ତାଲିମ ଶିବିର ଉଦଘାଟିତ

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ଆଞ୍ଚଳିକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀମାନଙ୍କ ୮ ଦିନିଆ ଆତ୍ମା ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରିନ୍ସିପାଲ ପ୍ରଦୀପ କୁମାର ପରମଗୁରୁ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡକ୍ଟର ଦିବାକର ମିଶ୍ର ଯୋଗଦେଇ ଛାତ୍ରୀମାନେ ନିଜକୁ କିପରି ସୁରକ୍ଷିତ ରଖିପାରିବେ ସେଦିଗରେ ଗୁରୁତ୍ୱ ଆରୋପ କରିଥିଲେ। ବର୍ତ୍ତମାନ ଆରମ୍ଭ ହୋଇଥିବା ଆତ୍ମ ସୁରକ୍ଷା ତାଲିମ ଶିବିର ସେମାନଙ୍କ ପାଇଁ ଫଳପ୍ରଦ ହେବ ବୋଲି ପ୍ରକାଶ କରିଥିଲେ। ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିରର ସଂଯୋଜକ ଅଧ୍ୟାପକ ଡକ୍ଟର ଆଶୀଷ କୁମାର ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅଧ୍ୟାପକ ମନୋଜ କୁମାର ପାଢୀ, ଶିଶିରକାନ୍ତ ବିଷୋୟୀ, ଧନିତ୍ରୀ ନାୟକ ଓ ଡକ୍ଟର ରଞ୍ଜିତା କୁମାରୀ ମିଶ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଉଦଘାଟନୀ କାର୍ଯ୍ୟକ୍ରମ ପରେ ମାଷ୍ଟର ଟ୍ରେନେର ସୁଚିତ୍ରା ବେହେରା ଓ ସୁଚାନି ପ୍ରଧାନ ଛାତ୍ରୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ଶିକ୍ଷାନୁଷ୍ଠାନର ମୋଟ ୪୫୪ ଜଣ ଛାତ୍ରୀ ଆତ୍ମା ସୁରକ୍ଷା ତାଲିମ ଶିବିରରେ ପ୍ରଶିକ୍ଷଣ ନେଉଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ