୨ ଡାକ୍ତରଙ୍କୁ କରୋନା

ଭବାନୀପାଟଣା : କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ତେବେ ଏହା ଭିତରେ ୨ ଜଣ କରୋନା ଯୋଦ୍ଧା ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ୨ ଜଣ ମହିଳା ଡାକ୍ତର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କଳାହାଣ୍ଡି ଜିଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦୁଇ ମହିଳା ଡାକ୍ତର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଡାକ୍ତର ସଂକ୍ରମିତ ହୋଇଥିବା କଳାହାଣ୍ଡି ସିଡିଏମ୍‌ଓ ସୂଚନା ଦେଇଛନ୍ତି। ତେଲେଙ୍ଗାନାରୁ ଫେରିଥିବା ଜଣେ ପ୍ରବାସୀ ସରକାରୀ କ୍ବାରେଣ୍ଟାଇନ ସେଣ୍ଟରରେ ୭ଦିନ ରହିବା ପରେ ଘରେ ଆଉ ୭ଦିନ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଥିଲେ। ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ସମୟରେ ପ୍ରବାସୀ ଜଣକ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଯାଇଥିଲେ। ସେଠାରେ ଉକ୍ତ ୨ ମହିଳା ଡାକ୍ତର ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। କରୋନା ଟେଷ୍ଟ୍‌ କରାଯିବା ପରେ ସମ୍ପୃକ୍ତ ପ୍ରବାସୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହାପରେ ତାଙ୍କର ଚିକତ୍ସା କରିଥିବା ୨ ମହିଳା ଡାକ୍ତରଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯାଇଥିଲା। ସେମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯାଇଥିଲା, ଯେଉଁଥିରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଦୁଇ ଡାକ୍ତରଙ୍କୁ କୋଭିଡ୍‌ ହସ୍ପିଟାଲ୍‌କୁ ପଠାଯାଇ ସେମାନଙ୍କର ଚିକିତ୍ସା କରାଯାଉଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ