୨ ନର୍ସଙ୍କୁ କରୋନା

ବାଲେଶ୍ୱର: କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଏହାରି ଭିତରେ କରୋନା ଯୋଦ୍ଧାମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି । ବାଲେଶ୍ୱର କୋଭିଡ ହସ୍ପିଟାଲର ୨ ଜଣ ନର୍ସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ । ସେ କହିଛନ୍ତି ଯେ, କରୋନା ଆକ୍ରାନ୍ତ ୨ ଜଣ ନର୍ସ ଏବେ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ହସ୍ପିଟାଲର ଅନ୍ୟ କର୍ମଚାରୀ ପର୍ଯ୍ୟାୟକ୍ରମେ କ୍ୱାରେଣ୍ଟାଇନରେ ରହୁଛନ୍ତି । ଡାକ୍ତର ଓ ପାରାମେଡିକାଲ ଷ୍ଟାଫ ୧୪ ଦିନ ଲେଖାଏଁ କ୍ୱାରେଣ୍ଟାଇନରେ ରହୁଛନ୍ତି ବୋଲି ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ