୩ଦିନରେ ୧୦ ରୋଗୀ ସମଗ୍ର ଜିଲ୍ଲାରେ ହାଇ ଆଲାର୍ଟ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲାରେ ପୁଣି ୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତ ୨୩ତାରିଖ ଦିନ ପ୍ରଥମଥର ପାଇଁ ଗଜପତିରେ ୪ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ୩ଦିନ ମଧ୍ୟରେ ଆଜି ଏହି ସଂଖ୍ୟା ୧୦ରେ ପହଞ୍ଚିଛି । ଗଜପତି ଜିଲ୍ଲାପାଳ ଅନୁପମ ଶାହା ଏ ନେଇ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଜଣାଇଛନ୍ତି,ଆଜି ପୁଣି ୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ବର୍ତ୍ତମାନ ଗଜପତିରେ ୧୦ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ସମଗ୍ର ଗଜପତି ଜିଲ୍ଲାରେ ପ୍ରଶାସନ ତରଫରୁ ହାଇ ଆଲାର୍ଟ ଜାରି କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ଓ ପ୍ରଶାସନିକ ଅଧିକାରୀ ମାନଙ୍କୁ ସମ୍ପୁଣ୍ଣ ଭାବେ ଏ ନେଇ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆଜି ନୁତନ ଭାବେ ଯେଉଁ ୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସମସ୍ତେ ମହାରଷ୍ଟ୍ର ଫେରନ୍ତା ଗଜପତି ଜିଲ୍ଲାର ପ୍ରବାସୀ ଅଟନ୍ତି । ଏମାନେ ଗତ ୧୬ତାରିଖ ଦିନ ଏକ ବସ୍ ଦ୍ୱାରା ମହାରାଷ୍ଟ୍ରରୁ ଗଜପତି ଫେରିଥିଲେ । ଏମାନଙ୍କୁ ଏକ ଅସ୍ଥାୟୀ ସଂଘରୋଧ କେନ୍ଦ୍ରରେ ରଖାଯାଇଥିଲା । ଏହି କେନ୍ଦ୍ରରୁ ଆଜି ନୁତନ ଭାବେ ୬ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ୬ଜଣଙ୍କୁ ଗଜପତିର ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜିଲ୍ଲାର ସମସ୍ତ ୨୦୭ ଅସ୍ଥାୟୀ ସଂଘରୋଧ କେନ୍ଦ୍ର ସମେତ ଜିଲ୍ଲାର ସମସ୍ତ ଅଞ୍ଚଳରେ ଯେ କୌଣସି ବ୍ୟକ୍ତିଙ୍କ ଠାରେ କିଛି ଲକ୍ଷଣ ଦେଖାଗଲେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସମସ୍ତେ ପ୍ରସ୍ତୁତ ରହିଛନ୍ତି । ତେଣୁ ଜିଲ୍ଲାବାସୀ ଏଥିରେ କୌଣସି ଭୟଭୀତ ହେବାର ଆବଶ୍ୟକତା ନାହିଁ । ଅନ୍ୟ ପକ୍ଷରେ ଜନସାଧାରଣ ଲକ୍‌ଡାଉନ୍ ନିୟମକୁ ମାନି ନିଜ ନିଜର ଘରେ ସୁରକ୍ଷିତ ଭାବେ ରୁହନ୍ତୁ ଏବଂ ପ୍ରଶାସନକୁ ସହେଯାଗ କରନ୍ତୁ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ