୩ଦିନ ଯାଏଁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ବର :(ୱାଇଏନ୍‌ଏସ୍) :ଆଗାମୀ ୩ଦିନ ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ କାଳବୈଶାଖୀ ପାଇଁ ୟେଲୋ ୱା୍ର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।୧୬ରୁ ୧୭ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ୧୭ରୁ ୧୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଧା, ମୟୁରଭଞ୍ଜ, କଟକ, ନୟାଗଡ଼, ଖୋର୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ