୩ୟ ବାର୍ଷିକ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ଲକି ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ୩ୟ ବାର୍ଷିକ ରାଜ୍ୟ ସ୍ତରୀୟ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି-୨୦୨୩ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଏକ ପ୍ରସ୍ତୁତି ବୈଠକ ଫକିରାବାଦ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କ୍ଲବର ସଭାପତି ସଲିମ ଖାନ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଆଗାମୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ସମ୍ପର୍କରେ ବିଷଦ ଭାବେ ଆଲୋଚନା କରାଯାଇଥିଲା । ଚଳିତମାସ ଶେଷ ସପ୍ତାହରେ କେନ୍ଦ୍ରାପଡା ହାଇସ୍କୁଲ ଖେଳ ପଡିଆରେ ୭ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ରାଜ୍ୟ ତଥା ରାଜ୍ୟ ବାହାରର ବଛା ବଛା ୮ଟି ଟିମ ଅଂଶଗ୍ରହଣ କରିବେ । ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟର ଚମ୍ପିୟନ ଦଳକୁ ୨୧ହଜାର ନଗଦ ଅର୍ଥରାଶି ସହିତ ଟ୍ରଫି ଓ ରନର୍ସଅପ ଦଳକୁ ୧୬ହଜାର ନଗଦ ଅର୍ଥରାଶି ସହିତ ଟ୍ରଫି ପ୍ରଦାନ କରାଯିବ ବୋଲି ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ପ୍ରସ୍ତୁତି ବୈଠକରେ କ୍ଲବର ସମ୍ପାଦକ ସେକ ସାହାବୁଲ୍ଲା, ବରିଷ୍ଠ ସଦସ୍ୟ ହିବଜୁର ରହେମାନ, ମହମ୍ମଦ ନିୟାଜ, ସେକ ଲିଆକତ ଅଲ୍ଲୀ, ମୀର ବକାଉଲ୍ଲା, ମୀର ଫାରୁକ, ଓସିଉଲ୍ଲା ଖାନ, ସେକ ମୁସ୍ତର, ସେକ ଅକ୍ତର, ଜାହିଦ ଖାନ, ମୀର ଜରାର, ମହମ୍ମଦ ଆଝାରୁଦ୍ଦିନ, ଜୁମା ଖାନ, ମୀର ଅବୁସନା, ସେକ ସଫାତୁଲ୍ଲା, ଅକିଲ ଅହେମ୍ମଦ, ମୀର ସଲିମ, ୟାସିର ଆରାଫତ, ଅବଦୁଲ ମଲ୍ଲିକ, ସେକ ଆଦିଲ ଇକବଲ, ସେକ ଫରିତଉଦ୍ଦିନ, ତାଜୁ ଖାନ, ସେକ ଅକିଲ ଇକବାଲ, ରିୟାଜତ ଅଲ୍ଲୀ, ବୁରାନ ଅଲ୍ଲୀ, ୟୁସୁଫ ଖାନ, ୟାକୁବ ଖାନ, ସେକ ସିରାନ ଅଲ୍ଲୀ, ଇବ୍ରାହିମ ଖାନ, ମହମ୍ମଦ ଜାକିର, ଆୟାଜ ମହମ୍ମଦ,କଲିମ ଖାନ, ଅବଦୁଲ ମଜିଦ, ଅମୀର ମହମ୍ମଦ, ପରଭେଜ ଅକ୍ତର, ମୀର ସଦାମ, ସେକ ଖଲିଲ, ବାସା ଖାନ, ମହମ୍ମଦ ଇଲିଆସ ଖାନ, ଜିଲ୍ଲା କ୍ରୀଡା ସଂସଦର ସାଧାରଣ ସମ୍ପାଦକ ସୟଦ ଅକମଲ ଅଲ୍ଲୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ସେକ ସଫାତୁଲ୍ଲା ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ