୩୦୬୧ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନଣ୍ଟ
ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ ସମ୍ମିଳନୀ କକ୍ଷରେ ୩ ହଜାର ୬୧ ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ବିଧାୟକ ପ୍ରଫୁଲ୍ଲ ସାମଲ ଅତିଥି ଭାବେ ଯୋଗ ଦେଇ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ । ନୂତନ ଭତ୍ତା ମଧ୍ୟରେ ୨୮୦୪ ବାର୍ଦ୍ଧକ୍ୟ, ୯୫ ବିଧବା, ୧୦୫ ବିକଳାଙ୍ଗ, ୧୨ ଅବିବାହିତ, ୪୫ ସ୍ୱାମୀ ପରିତ୍ୟାକ୍ତା ଥିଲା । କାର୍ଯ୍ୟକ୍ରମରେ ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡେଇ, ବିଡିଓ ପ୍ରଦୀପ କୁମାର ସେଠୀ, ବ୍ଲକ ଉପାଧ୍ୟକ୍ଷା ପ୍ରଗତିବାଳା ସ୍ୱାଇଁ, ଏବିଡିଓ ନିଶିକାନ୍ତ ଖୁଣ୍ଟିଆ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପ୍ରକାଶ ଚନ୍ଦ୍ର ସାହୁଙ୍କ ସମେତ ସମସ୍ତ ପଞ୍ଚାୟତର ପିଇଓ, ଜିଆରଏସ ଏବଂ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ ।


