୩୪ତମ ଜାତୀୟ ଚକ୍ଷୁଦାନ ପାଳିତ
ବାଲେଶ୍ୱର,(ଯୁଗାବ୍ଦ ନ୍ୟୁଜ୍): ୩୪ତମ ଜାତୀୟ ଚକ୍ଷୁଦାନ ପକ୍ଷ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ବାହାରି ସହର ପରିକ୍ରମା କରିଥିଲେ । ଜିଲ୍ଲା ମ୍ୟାଲେରିଆ ଅଧିକାରୀ ଡାକ୍ତର ଶଶାଙ୍କ ଶେଖର ଚୌଧୁରୀ ପତାକା ଦେଖାଇ ଏହି ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ । ଚକ୍ଷୁ ଦାନ କରି ଅନ୍ୟଜଣଙ୍କୁ ଦେଖିବାର ସୁଯୋଗ ଦେବା ପାଇଁ ଡାକ୍ତର ଚୌଧୁରୀ ମତବ୍ୟକ୍ତ କରିଥିଲେ । ପରେ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଅନ୍ଧତ୍ୱ ନିରାକରଣ ସମିତିର ଜିଲ୍ଲା ପ୍ରୋଗ୍ରାମ୍ ମ୍ୟାନେଜର ଡାକ୍ତର ସୁଜିତ ନାରାୟଣ ମହାପାତ୍ର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ସଂଚାର ଅଧିକାରୀ ରମଣି କାନ୍ତ ଭଞ୍ଜ ପ୍ରମୁଖ ଉପସ୍ଥିତ ଥିଲେ ।