୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାଜ୍ୟର ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସୋୟା ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ଆଜି ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ । ଦକ୍ଷିଣ ଦିଗରୁ ପବନ ବୋହୁଥିବାରୁ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ରାଜ୍ୟର ଅନ୍ୟ ସ୍ଥାନ ତୁଳନାରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ହେଲେ ଆସନ୍ତା ୭-୮ ଦିନ ପର୍ଯ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ନାହିଁ । ହଠାତ୍ ଆକାଶରେ ବାଦଲ ଭାସି ଆସି ବର୍ଷା ହେବ ବୋଲି ଡ.ସାହୁ ଆକଳନ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ