୩ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଆକଳନ କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାଛଡ଼ା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପ ମୌସୁମୀ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ । ଆସନ୍ତା ୧୧ରୁ ୧୨ ଭିତରେ ମୌସୁମୀ ଆସିବ । ୧୭ ବେଳକୁ ସମଗ୍ର ଓଡ଼ିଶା ଛୁଇଁବ । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।