୩ ଲକ୍ଷ ଓଡ଼ିଆ ଫେରିଛନ୍ତି: ସିଏମଓ

ଭୁବନେଶ୍ୱର: କରୋନା ଲକଡାଉନ ଯୋଗୁଁ ବାହାରେ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ଏବେ ପର୍ଯ୍ୟାୟ କ୍ରମେ ଧୀରେ ଧୀରେ ଓଡ଼ିଶା ଫେରୁଛନ୍ତି । କିଏ ବସରେ ତ କିଏ ଟ୍ରେନରେ ଫେରୁଛନ୍ତି । ଏହାଛଡ଼ା କିଏ ସାକେଲରେ ତ କିଏ ଚାଲି ଚାଲି ମଧ୍ୟ ଫେରୁଛନ୍ତି ।
ତେବେ ୨୦୦ ଶ୍ରମିକ ସ୍ୱତନ୍ତ୍ର ଟ୍ରେନରେ ରାଜ୍ୟକୁ ୩ ଲକ୍ଷ ଓଡ଼ିଆ ଫେରିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହାଛଡ଼ା ସରକାର ରାଜ୍ୟକୁ ଫେରିଥିବା ପ୍ରବାସୀ ଓଡ଼ିଆଙ୍କ ଥର୍ମାଲ ସ୍କ୍ରିନିଂ କରିଛନ୍ତି । ସମସ୍ତଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ସହ ସେମାନଙ୍କ ଜିଲ୍ଲାକୁ ପଠାଇଛନ୍ତି । ବାଧ୍ୟତାମୂଳକ କ୍ୱାରେଣ୍ଟାଇନ ରହିବାର ବ୍ୟବସ୍ଥା କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ