୪ଟି ବିସ୍ଫୋରଣରେ ଥରିଲା କାବୁଲ୍‌

କାବୁଲ : ଆଫଗାନିସ୍ତାନର ରାଜଧାନୀ କାବୁଲ୍‌ରେ ଆଜି ୪ଟି ଭୟାବହ ବିସ୍ଫୋରଣ ଘଟିଛି । ମାତ୍ର ୯୦ ମିନିଟ୍‌ର ବ୍ୟବଧାନ ମଧ୍ୟରେ ଏହି ବିସ୍ଫୋରଣ ଘଟିଥିଲା । କାବୁଲ୍‌ର ଟାହିଆ ମସ୍କାନ ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିଲା । ସକାଳ ୭.୪୫ରୁ ୯ଟା ମଧ୍ୟରେ ଏହି ୪ଟି ବିସ୍ଫୋରଣ ଘଟିଥିଲା । ନ୍ୟାସନାଲ ଡିରେକ୍ଟୋରେଟ୍‌ ଅଫ୍‌ ସିକ୍ୟୁରିଟି (ଏନ୍‌ଡିଏସ୍‌) ଏବଂ ସରକାରୀ ଗାଡି ଗୁଡିକ ଏହି ବିସ୍ଫୋରଣରେ କ୍ଷତିଗ୍ରସ୍ତ ହୋଇଥିବା ବେଳେ କେହିବି ଆହତ କିମ୍ବା ମୃତାହତ ହୋଇନାହାନ୍ତି । ଟାହିଆ ମସ୍କାନ ବ୍ୟତିତ ଚାହାରାହି, କମ୍ବର ଏବଂ ହୁଥ୍‌କିଲ୍‌ ଅଞ୍ଚଳରେ ବିସ୍ଫୋରଣ ହୋଇଛି । ତେବେ ଏହି ବିସ୍ଫୋରଣ ପାଇଁ କୌଣସି ଆତଙ୍କୀ ସଙ୍ଗଠନ ନିଜକୁ ଦାୟୀ କରିନାହିଁ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ