୪ ଜଣଙ୍କ ଆକସ୍ମିକ ମୃତ୍ୟୁ

ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ବ୍ଲକ୍ ଅନ୍ତର୍ଗତ ମନ୍ଦାର ଓ ମଥୁରା ଗ୍ରାମରୁ ଜଣେ ଲେଖାଏଁ ଓ ପୋଲସରା ଏନଏସିର ୨ ଜଣ, ଏହିପରି ଚାରି ଜଣଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ବେଳେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇଛନ୍ତି। ମନ୍ଦାର ଗ୍ରାମର ସମାଜସେବୀ ରଙ୍କ ମାଝି ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ଖବର ଶୁଣିବା କ୍ଷଣି ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ପୋଲସରା ଏନ୍.ଏ.ସି ଅନ୍ତର୍ଗତ ରାଣିପଡ଼ା ୱାର୍ଡ଼ ନଂ-୧ ର ବସନ୍ତ ବରାଡ ଏବଂ ୱାର୍ଡ଼ ନଂ-୩ ର ଯୁଧିଷ୍ଟିର ସ୍ୱାଇଁ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ପୋଲସରା ବ୍ଲକ୍ ଅନ୍ତର୍ଗତ ମଥୁରା ଗ୍ରାମର କିଶୋର ସାହୁଙ୍କ ଆକସ୍ମିକ ମୃତ୍ୟୁ ଘଟିଥିଲା। ବିଧାୟକ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସଂତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ଏଥିସହ ଗ୍ରାମର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଲୋକମାନଙ୍କ ସହ ଆଲୋଚନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ