୫ଟି ସଚିବଙ୍କୁ ଭେଟିଲେ ଜିଲା ପରିଷଦ ଅଧ୍ୟକ୍ଷ

ବନ୍ତ, (ଚାନ୍ଦିନୀ ମହାନ୍ତି) : ଭଦ୍ରକ ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଜେନା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ସାକ୍ଷାତ୍ କରି ଭଦ୍ରକ ଜିଲାର ସାମଗ୍ରୀକ ବିକାଶ ପାଇଁ ସହଯୋଗ କାମନା କରିଛନ୍ତି । ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଜିଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ପାଇଁ ରାଜ୍ୟ ସରକାର ପୂର୍ଣ୍ଣ ସହଯୋଗ କରିବା ପାଇଁ ପ୍ରତିଶୃତି ଦେଇଥିବା ଜଣାଯାଇଛି । ତୃଣମୂଳ ସ୍ତରରେ ସରକାରୀ ଯୋଜନା ଗୁଡିକର ସଫଳ ରୂପାୟନ ପାଇଁ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ସାକ୍ଷାତ ବେଳେ ଜିଲା ପରିଷଦ ଉପାଧ୍ୟକ୍ଷା ଟୁନିବାଳା ବିଶ୍ୱାଳ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ