୫-ଟି ଅନ୍ତର୍ଭୁକ୍ତ ସୁଗର୍‍ ଇଣ୍ଟାଷ୍ଟ୍ରିଜ୍‍ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ମରୁଡି

ଆସିକା, (ଯୁଗାବ୍ଦ ନ୍ୟୁଜ):ଆସିକା ବ୍ଳକ ଅନ୍ତର୍ଗତ କାଳଷଣ୍ଠପୁର ଗ୍ରାମ ପଞ୍ଚାୟତର ଚିନିଶିଳ୍ପ ନୁଆଗାଁ ଗ୍ରାମରେ ଥିବା ପୂର୍ଣ୍ଣ ସରକାରୀ ଅନୁଦାନପ୍ରାପ୍ତ ଆସିକା ସୁଗର୍‍ ଇଣ୍ଟଷ୍ଟ୍ରିଜ୍‍ ଉଚ୍ଚବିଦ୍ୟାଳୟକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୫-ଟିରେ ଅନ୍ତର୍ଭୁକ୍ତ କରାଯାଇ ଗତ ଜାନୁୟାରୀ ମାସ ୧୧ ତାରିଖରେ ଉଦ୍‌ଘାଟନ କରାଯାଇଥିଲା । ଗୁଣାତ୍ମକ ଶିକ୍ଷାର ବାତାବରଣ ସୃଷ୍ଟି ପାଇଁ ଏହି ପୁରାତନ ଶିକ୍ଷାନୁଷ୍ଠାନକୁ ସ୍ମାର୍ଟ ହାଇସ୍କୁଲରେ ରୂପାନ୍ତରଣ କରାଯାଇଥିଲା । ଯେଉଁଠି ଇ. ପାଠାଗାର ସମେତ ସ୍ମାର୍ଟ କ୍ଳାସ୍‌ରୁମ୍‌, କ୍ରୀଡା, କମ୍ପ୍ୟୁଟର୍ ରୁମ୍‌, ଅତ୍ୟାଧୁନିକ ବିଜ୍ଞାନାଗାର, ରିଡିଙ୍ଗ ରୁମ୍‌, ପାନୀୟ ଜଳ, ସ୍ମାର୍ଟ ଶୌଚାଳୟ ସମେତ ବିଭିନ୍ନ ଆଧୁନିକ ସୁବିଧା ଉପଲବ୍ଧ ହୋଇଛି । ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ବିଦ୍ୟାଳୟର ଆଧୁନିକୀକରଣ ହେଉଛି । ୧୯୮୪ମସିହାରେ ସ୍ଥାପିତ ହୋଇଥିବା ଆସିକା ବ୍ଳକ ଅନ୍ତର୍ଗତ ଚିନିଶିଳ୍ପ ନୁଆଗାଁ ଗ୍ରାମରେ ଥିବା ପୂର୍ଣ୍ଣ ସରକାରୀ ଅନୁଦାନପ୍ରାପ୍ତ ଆସିକା ସୁଗର୍‍ ଇଣ୍ଟାଷ୍ଟ୍ରିଜ୍‍ ଉଚ୍ଚବିଦ୍ୟାଳୟରେ ଅଷ୍ଟମରୁ ଦଶମ ଶ୍ରେଣୀରେ ପ୍ରାୟ ୯୮ଜଣ ବିଦ୍ୟାର୍ଥୀ ପାଠପଢୁଥିବା ବେଳେ ଏହି ପୁରାତନ ଶିକ୍ଷାନୁଷ୍ଟାନରେ କଳା, ବିଜ୍ଞାନ, ଗଣିତ, ସଂସ୍କୃତ, ହିନ୍ଦୀ, କ୍ରୀଡାଶିକ୍ଷକ, କିରାଣୀ, କମ୍ପ୍ୟୁଟର ଶିକ୍ଷକ, ପିଅନ ପଦବୀ ଖାଲି ପଡିଥିଲା ବେଳେ ସେ ଗୁଡିକ ପୂରଣ କରିବା ଦିଗରେ ଶିକ୍ଷାବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉ ନଥିବା ଯୋଗୁଁ ସାଧାରଣରେ ତୀବ୍ର ଅସନ୍ତୋଷ ଓ ପ୍ରତିକ୍ରିୟା ପ୍ରକାଶ ପାଉଥିବା ଲକ୍ଷ୍ୟ କରାଯାଇଛି । ଏହି ପୁରାତନ ଶିକ୍ଷାନୁଷ୍ଟାନରେ ଆବଶ୍ୟକୀୟ ଶିକ୍ଷକ ନଥିବା ଯୋଗୁଁ ବିଦ୍ୟାର୍ଥୀ ମାନେ ଯୁଗପୋଯୋଗୀ ଓ ଅଧୁନିକ ଶିକ୍ଷା କିପରି ପାଇବେ ତାହା ସାଧାରଣରେ ଏକ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ଲକ୍ଷ୍ୟ କରାଯାଇଛି । ରାଜ୍ୟ ସରକାର ଶିକ୍ଷାବିଭାଗ ପାଇଁ ଆଣୁଥିବା ବହୁ ପ୍ରକାର ପ୍ରୟାସକୁ ଏହି ପୁରାତନ ଶିକ୍ଷାନୁଷ୍ଟାନରେ ଅଣଦେଖା କରାଯାଉଥିବା ଅଭିଯୋଗ ରହିଛି । ଶିକ୍ଷାର ଗୁଣାତ୍ମକ ମାନ ଓ ଭିତ୍ତି ଭୂମୀ ବୃଦ୍ଧି କରିବା ସହ ଉତ୍ତମ ଜ୍ଞାନ କୌଷଳରେ ପିଲାଙ୍କୁ ପାଠ ପଢାଇବାର ମହତ୍ ଉଦ୍ଦେଶ୍ୟ ରଖି ରାଜ୍ୟ ସରକାର ପ୍ରଚଳନ କରିଛନ୍ତି ରୂପାନ୍ତରିତ ୫-ଟି ବିଦ୍ୟାଳୟ । ଆସିକା ବ୍ଳକ ଓ ଏନଏସି ଅନ୍ତର୍ଗତ ୩୪ଟି ଉଭୟ ସରକାରୀ ଓ ବ୍ଳକ ଗ୍ରାଣ୍ଟ ଉଚ୍ଚ ବିଦ୍ୟାଳୟକୁ ଏହି ଯୋଜନାରେ ସାମିଲ କରାଯାଇସାରିଛି । ସରକାର ୫-ଟି ଅଧିନରେ କେତେକ ଉଚ୍ଚ ବିଦ୍ୟାଳୟ ଗୁଡିକୁ ରୂପାନ୍ତରିତ କରି ସ୍ମାର୍ଟ କରିବା ସହ ରୂପରେଖ ବଦଳାଇଲେ । ହେଲେ ବହୁ ସ୍ମାର୍ଟ ସ୍କୁଲ ବିଗତ କିଛି ଦିନ ହେଲା ନାନା ସମସ୍ୟା ଦେଇ ଗତି କରୁଥିବା ଦେଖିବାକୁ ମିଳିଛି । ସରକାର ସିନା ସ୍କୁଲ ଗୁଡିକୁ ସ୍ମାର୍ଟ କରିଦେଲେ କିନ୍ତୁ ଭିତ୍ତିଭୂମୀକୁ ସଜାଡିବାକୁ ଭୁଲିଗଲେ ବୋଲି ସଚେତନ ନାଗରିକ ମହଲରେ ଆଲୋଚିତ ହେଉଛି । ଜିଲ୍ଲା ପ୍ରଶାସନ ତଥା ଶିକ୍ଷା ବିଭାଗ ଉଚ୍ଚ କତ୍ତୃପକ୍ଷ ତୁରନ୍ତ ଧ୍ୟାନଦେଇ ପୂର୍ଣ୍ଣ ସରକାରୀ ଅନୁଦାନପ୍ରାପ୍ତ ଆସିକା ସୁଗର୍‍ ଇଣ୍ଡାଷ୍ଟ୍ରିଜ୍‍ ଉଚ୍ଚବିଦ୍ୟାଳୟରେ ଖାଲି ପଡିଥିବା ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପୂରଣ ସାଙ୍ଗକୁ ଶିକ୍ଷାନୁଷ୍ଠାନରେ ଲାଗି ରହିଥିବା ବହୁବିଧ ସମସ୍ୟାକୁ ସମାଧାନ କରିବା ଦିଗରେ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦୃଢଦାବୀ ହେଉଥିବା ଲକ୍ଷ୍ୟ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ