୫ ମୃତକଙ୍କ ୪ ପରିବାରକୁ ଭେଟି ସମବେଦନା ଜଣାଇଲେ ଶ୍ରମ ମନ୍ତ୍ରୀ

ପୋଲସରା/ବୁଗୁଡା, (ଅନିଲ କୁମାର ମହାରଣା):ପୋଲସରା ନିର୍ବାଚନ ମଣ୍ଡଳୀର ପୋଲସରା ଏନଏସିର ୩ ଜଣ, ପୋଲସରା ବ୍ଳକର ଜଣେ ଓ ବୁଗୁଡା ବ୍ଳକର ଜଣେ, ଏହିପରି ୫ ଜଣଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ବେଳେ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ୪ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ଏନଏସି ୮ ନମ୍ବର ୱାର୍ଡ ଦେଉଳ ପେଢି ସାହିର ସୁଦର୍ଶନ ପ୍ରଧାନ ସଡକ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ। ସେହିପରି ୬ ନଂ ୱାର୍ଡ ମଠ ସାହିର ଗୋଟିଏ ପରିବାରର କବିରାଜ ପ୍ରଧାନ ଓ ତାଙ୍କ ପୁଅ ଦେବରାଜ ପ୍ରଧାନ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ଉଭୟ ପରିବାରକୁ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ପୋଲସରା ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ଗ୍ରାମର ସୁବାସିନୀ ସାହୁ ସୁରାଟରେ ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ନିର୍ବାଚନ ମଣ୍ଡଳୀର ବୁଗୁଡା ବ୍ଳକ ଅନ୍ତର୍ଗତ ବେଲପୁର ଗ୍ରାମର ବ୍ରଜବନ୍ଧୁ ବେହେରାଙ୍କ ଆକସ୍ମିକ ମୃତ୍ୟୁ ହୋଇଥିଲା। ଖବର ଶୁଣିବା ପରେ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ମୃତକଙ୍କ ପରିବାର ନିକଟକୁ ଯାଇ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଏହି ମହତ କାର୍ଯ୍ୟକୁ ବୁଦ୍ଧିଜୀବୀ ବୃନ୍ଦ ଉଚ୍ଚ ପ୍ରଶଂସା କରିବା ସହ ତାଙ୍କର ରାଜନୈତିକ ଜୀବନର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ