୬୦ତମ ପୋଲିସ ସହିଦ ଦିବସ ପାଳିତ

କେନ୍ଦ୍ରାପଡା – ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ସୋମବାର ୬୦ତମ ପୋଲିସ ସହିଦ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ନୀତି ଶେଖର ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ୧୯୫୯ମସିହା ଅକ୍ଟୋବର ୨୧ତାରିଖ ଦିନ ସି.ଆର.ପି.ଏଫ.ର ୧୦ଜଣ କର୍ତ୍ତବ୍ୟନିଷ୍ଠ ଜବାନ ଲଦାଖଠାରେ ଭାରତସୀମା ଉଲ୍ଲଙ୍ଘନ କରିବାକୁ ପ୍ରୟାସ କରୁଥିବା ଚୀନ ଦେଶର ସୈନ୍ୟ ବାହିନୀ ସହିତ ଯୁଦ୍ଧ କରି ମାତୃଭୂମିର ସେବାରେ ପ୍ରାଣବଳୀ ଦେଇଥିଲେ । ୧୯୬୦ମସିହା ଜାନୁଆରୀ ମାସରେ ଦେଶର ସମସ୍ତ ଆରକ୍ଷୀ ମହାନିରୀକ୍ଷକମାନଙ୍କର ଅନୁଷ୍ଠିତ ସମ୍ମିଳନୀରେ ଏହି ଦିବସକୁ ସହିଦ ଦିବସ ରୂପେ ପ୍ରତ୍ୟେକ ଜିଲ୍ଲାର ସଦର ମହକୁମା ଏବଂ ଅନ୍ୟାନ୍ୟ ପୋଲିସ ପ୍ରତିଷ୍ଠାନମାନଙ୍କରେ ପାଳନ କରିବାକୁ ନିଷ୍ପତି ନିଆଯାଇଥିଲା । ସେହିଦିନ ଠାରୁ ପ୍ରତିବର୍ଷ କର୍ତ୍ତବ୍ୟ କରୁଥିବା ସମୟରେ ଦେଶ ପାଇଁ ପ୍ରାଣବଳି ଦେଇଥିବା ପୋଲିସମାନଙ୍କ ସ୍ମୃତି ଉଦେଶ୍ୟରେ ବା ରାଷ୍ଟ୍ର ପାଇଁ ସର୍ବୋଚ ତ୍ୟାଗ ସ୍ୱୀକାର କରିଥିବା ବୀର ପୋଲିସମାନଙ୍କ ସ୍ମୃତି ଉଦେଶ୍ୟରେ ୧୯୬୦ ମସିହାରୁ ଏହି ଦିବସ ପାଳନ ହୋଇ ଆସୁଅଛି । ଦେଶର ବିଭିନ୍ନ ପ୍ରତିକୂଳ ପରିସ୍ଥିତିରେ ଏହି ବୀର ପୋଲିସମାନେ ବୀରତ୍ୱ ସହିତ କର୍ତ୍ତବ୍ୟ ସମ୍ପାଦନ କରି ସେମାନଙ୍କ ଦାୟିତ୍ୱ ନିର୍ବାହ କରିଥାନ୍ତି । ତେଣୁ ଗତ ବାରମାସ ମଧ୍ୟରେକର୍ତ୍ତବ୍ୟ ସମ୍ପାଦନ ସମୟରେ ପ୍ରାଣବଳି ଦେଇଥିବା ଦେଶର ୨୯୨ଜଣ ବୀର ପୋଲିସମାନଙ୍କ ପ୍ରତି ଆରକ୍ଷୀ ଅଧିକ୍ଷକ ଶ୍ରୀ ଶେଖରଙ୍କ ସମେତ କେନ୍ଦ୍ରାପଡା ଏସ.ଡି.ପି.ଓ.ରାଜୀବ ଲୋଚନ ପଣ୍ଡା,ରିଜର୍ଭ ଇନିସପେକ୍ଟର ହେମନ୍ତ କୁମାର ଦାସ, ସର୍ଜେଂଟ ମନବୀର ସାଗର ବାଗ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ଏସ.ପି. ଶ୍ରୀ ଶେଖର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପାଠ କରିଥିଲେ । ପୋଲିସ ରିଜର୍ଭ ପଡିଆରେ ଏହି ଉପଲକ୍ଷେ ଅନୁଷ୍ଠିତ ପ୍ୟାରେଡରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ଅଂଶଗ୍ରହଣ କରିଥିଲେ । ଚଳିତବର୍ଷ ଏସପି ଶ୍ରୀ ଶେଖର ପ୍ରାୟ ୧୫ମିନିଟ ବିଳମ୍ବରେ ପ୍ୟାରେଡ ପଡିଆରେ ପହଁଚି ଥିବା ବେଳେପୋଲିସ ଜିଲ୍ଲାର ୨ଜଣ ଅତିରିକ୍ତ ଏସପି, ପଟ୍ଟାମୁଣ୍ଡାଇ ଏସଡିପିଓ, ୩ଡିଏସପିଙ୍କ ସମେତ କୈାଣସି ଇନିସପେକ୍ଟର ଅନୁପସ୍ଥିତ ଥିବା ଦେଖାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ