୬ ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର ( ଯୁଗାବ୍ଦ ନ୍ୟୁଜ  )ଘଡ଼ଘଡ଼ି ସହ ବର୍ଷା ନେଇ ରାଜ୍ୟର ୬ଟି ଜିଲ୍ଲାର ବାସିନ୍ଦାଙ୍କୁ ସନ୍ଧ୍ୟା ୫ଟା ଯାଏଁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲା ରହିଛି। ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତର ଓଡ଼ିଶାରେ ସାମାନ୍ୟ ବର୍ଷା ସହ ଘଡ଼ଘଡ଼ି ବିଜୁଳି ମାରିବାର ସମ୍ଭାବନା ରହିଛି।ସେହିପରି ୯ରୁ ୧୦ ତାରିଖ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଦେବଗଡ଼, ଯାଜପୁର ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଉତ୍ତର ଓଡ଼ିଶା ଓ ଖୋର୍ଦ୍ଧାରେ ବି ବିଜୁଳି ଘଡ଼ଘଡ଼ି ସହ ବର୍ଷାର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ