୬ ଟି ପଞ୍ଚାୟତର ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

ବୁଗୁଡା,(ଅନିଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକର ୬ ଟି ପଞ୍ଚାୟତର ୧୭୩ ଜଣ ହିତାଧିକାରୀଙ୍କୁ ବୁଧବାର ଦିନ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ବିଭିନ୍ନ ଭତ୍ତା ବଣ୍ଟନ କରିଥିଲେ। ସେପ୍ଟେମ୍ବର ୯ ତାରିଖ ଦିନ ବ୍ଲକ ପରିସରରେ ଅନୁଷ୍ଠିତ  ୬ ଗୋଟି ପଞ୍ଚାୟତର ହିତାଧିକାରୀଙ୍କୁ ବିଭିନ୍ନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ସାହୁଙ୍କ ସମେତ ବିଡ଼ିଓ ଶମ୍ଭୁନାଥ ନନ୍ଦୀ, ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡ଼ତ୍ୟା , ସମାଜ ମଙ୍ଗଳ ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀ ବୃନ୍ଦ, ଏବଂ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ସଭ୍ୟା  ଅଂଶ ଗ୍ରହଣ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ