୭୩ କରୋନା ଆକ୍ରାନ୍ତ ଚିହ୍ନଟ
ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲାରେ କରୋନାର ପ୍ରକୋପ ଜାରି ରହିଛି । ଦୈନନ୍ଦିନ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବଢିଚାଲିଛି । ଆଜି ଜିଲ୍ଲାରେ ମୋଟ ୭୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୭୩ଜଣ ପୋଜିଟିଭ୍ ଚିହ୍ନଟ ମଧ୍ୟରେ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୧୩ ଜଣ, ଗୋଷାଣୀ ବ୍ଲକରୁ ୫ଜଣ, ଗୁମ୍ମା ବ୍ଲକରୁ ୮ଜଣ, କାଶୀନଗର ବ୍ଲକରୁ ଜଣେ, ମୋହନା ବ୍ଲକରୁ ୧୫ଜଣ, ରାୟଗଡ ବ୍ଲକରୁ ୫ଜଣ, ଆନ୍ଧ୍ର ପ୍ରଦେଶର ୨୦ଜଣ ଏବଂ ଗଞ୍ଜାମ ଜିଲ୍ଲାର ୬ଜଣ ଚିହ୍ନଟ ହୋଇଥିବାର ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପ୍ରେସ୍ ବିବୃତ୍ତି ମାଧ୍ୟମରେ ସୂଚନା ଦେଇଚନ୍ତି । କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ପ୍ରତ୍ୟେକ ବ୍ୟକ୍ତି ସେପରି ଜରୁରୀ ଆବଶ୍ୟକତା ନଥିଲେ ଘରୁ ବାହାରନ୍ତୁ ନାହିଁ ବୋଲି ଗଜପତି ଜିଲ୍ଲାପାଳ ଶ୍ରୀ ପଣ୍ଡା ଜିଲ୍ଲାବାସୀଙ୍କୁ ନିବେଦନ କରିବା ସହ ମାସ୍କ ପରିଧାନ ବାଧ୍ୟତାମୂଳକ, ସାମାଜିକ ଦୂରତା ରକ୍ଷା କରିବା ଜରୁରୀ ଏବଂ ବାରମ୍ବାର ହାତଧୋଇବା, ଟୀକା ନେବା ଜରୁରୀ ଆଦି ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି ।