୭୬୨ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କଲେ ଶ୍ରମ ମନ୍ତ୍ରୀ

ବୁଗୁଡା, (ଅନିଲ କୁମାର ମହାରଣା):ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଅନୁମୋଦିତ ବୁଗୁଡା ବ୍ଲକର ୭୬୨ ଜଣ ବୃଦ୍ଧ, ବୃଦ୍ଧା, ବିଧବା ମହିଳା,ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଅକ୍ଟୋବର ୨୧ ତାରିଖ ଭତ୍ତା ପ୍ରଦାନ କାରାଯାଉଛି। ବୁଗୁଡା ଏନଏସି କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ। ବୁଗୁଡା ବିଡ଼ିଓ ତନ୍ମୟ ପାତ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ, ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ ଙ୍କ ସମେତ ସାଂସଦ ପ୍ରତିନିଧି କବିରାଜ ଗୌଡ଼, ପୂର୍ବତନ ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ, ବିଧାୟକ ପ୍ରତିନିଧି କିଶୋର ଚନ୍ଦ୍ର ବେହେରା, କେ.ନୀଳମାଧବ ଆଚାରୀ ଓ ରିଙ୍କି ଦାସ ମଞ୍ଚାସୀନ ଥିଲେ। ଏହିସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ମେମ୍ବରଙ୍କ ସମେତ ହାତାଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ