୭ କରୋନା ଯୋଦ୍ଧା ପଜିଟିଭ

ସୁନ୍ଦରଗଡ଼: ଗୁରୁବାର ସୁନ୍ଦରଗଡ଼ ଜିଲ୍ଲାରେ ଚିହ୍ନଟ ୮୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କରୋନା ଯୋଦ୍ଧା ଅଛନ୍ତି । ୭ କରୋନା ଯୋଦ୍ଧାଙ୍କ ମଧ୍ୟରୁ ବିପିୟୁଟିରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ବାହାର ରାଜ୍ୟ ଫେରନ୍ତା ରାଉରକେଲାର ୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୨୨ ସଂକ୍ରମିତ ହୋଇଛନ୍ତି । ସୁନ୍ଦରଗଡ଼ କ୍ୱାରେଣ୍ଟାଇନ କେନ୍ଦ୍ରରୁ ୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ୨ ଜଣ ଲୋକାଲ କେସ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ଗୁରୁବାର ଆଉ ୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୨୦୧ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ଟ୍ୱଟ ଯୋଗେ ସୂଚନା ମିଳିଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୧ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ