ପିକଅପ୍ ଭ୍ୟାନ ଓଲଟି ୪ ଗୁରୁତର

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ସମ୍ବଲପୁର ରାସ୍ତାର ମେଟାକାନୀ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବିବାହ କାର‌୍ୟ୍ୟକ୍ରମରେ ବ୍ୟାଣ୍ଡ ପାର୍ଟି ବଜାଇବା ପାଇଁ ଯାଉଥିବା ଏକ ପିକଅପ ଭ୍ୟାନକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬ଜଣଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଉଲୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲା । ଏହାପରେ ସେମାନଙ୍କୁ ଉଲୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଇ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ