ନାଉଗାଁରେ ମହିଳା ସମାବେଶ

ନାଉଗାଁ : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମୋତ୍ସବ ଅବସରରେ ନାଉଗାଁ ବ୍ଳକ ଅନ୍ତର୍ଗତ ଚଗଲା ଦାସ ମଠ ପରିସରରେ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବ୍ଳକଛକ ଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତିରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ବ୍ଳକ ବିଜେଡି ସଭାପତି ସୁଜିତ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ ବାଇକ ଶୋଭାଯାତ୍ରାରେ ଆୟୋଜିତ ସଭାସ୍ଥଳକୁ ଯାଇଥିଲେ । ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ଏଲିନା ଦାସଙ୍କ ସଭାପତିତ୍ୱରେ ଆୟୋଜିତ ସମାବେଶରେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ରାଜ୍ୟ ଶିଶୁ ଓ ମହିଳା ବିକାଶ ଆୟୋଗର ଅଧ୍ୟକ୍ଷା ସୁଲତା ଦେଓ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରିୟଦର୍ଶୀନି ବିଶ୍ୱାଳ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଲିଙ୍ଗରାଜ ସ୍ୱାଇଁ, ଜଗତସିଂହପୁର ପଂଚାୟତ ସମିତି ଅଧ୍ୟକ୍ଷା ବିଜୟଲକ୍ଷ୍ମୀ ବେହେରା, ଜିଲ୍ଲା ପର୍ଯ୍ୟବେକ୍ଷକ ରସନା ସାହୁ, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରକାଶ ବସ୍ତିଆ, ନାଉଗାଁ ବ୍ଳକ ଅଧ୍ୟକ୍ଷ ଜଗନ୍ନାଥ ଦାସ, ପୂର୍ବତନ ବିଧାୟକ ଜ୍ୟୋତିଷ ଚନ୍ଦ୍ର ଦାସ, ଜିଲ୍ଲା ପରିଷଦ ସଭ୍ୟ ସୁବଳ ବେହେରା, ନାଉଗାଁ ବ୍ଳକ ସଭାନେତ୍ରୀ ରୀତା ମହାନ୍ତି, କନକପ୍ରଭା ଲେଙ୍କା, ଜିଲ୍ଲା ପରିଷଦ ସଭ୍ୟା ମଞୁଲତା ମଲ୍ଲିକ, ବିଳାସିନି ଦେବୀ, କିରଣବାଳା ସାସମଲ ଆଦି ଉପସ୍ଥିତ ଥିଲେ । ନାରୀର ବିକାଶ ଘଟିଲେ ଦେଶର ବିକାଶ ସମ୍ଭବ । ଦେଶ ପ୍ରଗତିରେ ନାରୀର ଭୂମିକା ଗୁରୁତ୍ୱପୂର୍ଣ୍ଣ । ବିଜୁ ବାବୁ ମାକୁ ସମ୍ମାନ ଦେଇ ବିଭିନ୍ନ କ୍ଷେତ୍ରରେ ମହିଳାମାନଙ୍କ ପାଇଁ ୩୩ ପ୍ରତିଶତ ସରଂକ୍ଷଣ କରିଥିବା ବେଳେ ତାଙ୍କ ସୁପୁତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାଙ୍କ ପାଇଁ ୫୦ ପ୍ରତିଶତ ସରଂକ୍ଷଣ ବ୍ୟବସ୍ଥା କରିଛନ୍ତି । ଏହା ସହିତ ମହିଳାଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥାମାନ କାର୍ଯ୍ୟକାରୀ କରିଛନ୍ତି ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରେ ନାଉଗାଁ ବ୍ଳକର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ୧୨ଜଣ ମହିଳାଙ୍କୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ଓ ଉତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ