ରାଜ୍ୟରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ଜଣେ କରୋନା ଆକ୍ରାନ୍ତ। ଗୁରୁବାର ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ସ୍ବାସ୍ଥ୍ୟ ବିଭାଗର ଟ୍ବିଟ୍ଟର ହ୍ୟାଣ୍ଡେଲ୍‌ରେ ଗୁରୁବାର ଦିନ ଏହି ସୂଚନା ମିଳିଛି। ଆକ୍ରାନ୍ତ ଜଣକ ଭୁବନେଶ୍ବରର ହୋଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆକ୍ରାନ୍ତ ଜଣକ ବିଦେଶ ଫେରନ୍ତା କି ଅନ୍ୟ ରାଜ୍ୟରୁ ଆସିଛନ୍ତି ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ହସ୍ତଗତ ହୋଇନାହିଁ। ଉଲ୍ଲେଖ୍ୟଯୋଗ୍ୟ ଯେ, ଗୁରୁବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୯୪ରେ ପହଞ୍ଚିଥିବା ବେଳେ ମୃତକଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ