ହୋଟେଲ ବା ରେଷ୍ଟୁରାଣ୍ଟ ଅକ୍ଟୋବର ୧୫ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା କଥା ଗୁଜବ

ନୂଆଦିଲ୍ଲୀ : ଅକ୍ଟୋବର ୧୫ତାରିଖ ପର୍ଯ୍ୟନ୍ତ କରୋନା ଭୂତାଣୁ ସଂକ୍ରମଣ ଯୋଗୁ କୌଣସି ହୋଟେଲ ଓ ରେଷ୍ଟୁରାଣ୍ଟ ଖୋଲିବ ନାହିଁ ବୋଲି ଏକ ଗୁଜବ ପର୍ଯ୍ୟଟନ ମନ୍ତ୍ରଣାଳୟ ଦୃଷ୍ଟିକୁ ଆସିଛି । ମନ୍ତ୍ରଣାଳୟ ନାଁରେ ଏ ସଂକ୍ରାନ୍ତରେ ଖବର ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଥିବାରୁ ଏହା ସମଗ୍ର ପର୍ଯ୍ୟଟନ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି । ଏପରି କୌଣସି ଚିଠି ଜାରି କରାଯାଇ ନାହିଁ ବୋଲି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ସ୍ପଷ୍ଟ କରିବା ସହ ଲୋକମାନେ ଏଭଳି ମିଥ୍ୟା ଖବରକୁ ବିଶ୍ୱାସ ନ କରିବାକୁ କୁହାଯାଇଛି । ପର୍ଯ୍ୟଟନ ମନ୍ତ୍ରଣାଳୟ ଏ ସଂକ୍ରାନ୍ତରେ ସାମାଜିକ ଗଣମାଧ୍ୟମରେ ସ୍ପଷ୍ଟୀକରଣ ଦେବା ସହ ମୁମ୍ବାଇ ପୁଲିସର ସାଇବର ଅପରାଧ ଶାଖାରେ ଅଭିଯୋଗ ଦାଖଲ ମଧ୍ୟ କରିଛି । ପତ୍ର ସୂଚନା କାର୍ଯ୍ୟାଳୟର ଫାକ୍ଟ ଚେକ ୟୁନିଟ ମଧ୍ୟ କିଛି ଦିନ ପୂର୍ବେ ଏ ଖବର ସତ ନୁହେଁ ବୋଲି ଜଣାଇବା ସତ୍ତ୍ୱେ ବିଭିନ୍ନ ସ୍ଥାନରେ ମିଥ୍ୟା ଅପପ୍ରଚାର କରାଯାଉଛି । ପିଆଇବି ଫାକ୍ଟ ଚେକ ୟୁନିଟ ଏପରି ଖବର ମିଥ୍ୟା ବୋଲି ପୁନଃ ସ୍ପଷ୍ଟୀକରଣ ଦେଇଛି । ଏହି ଦୃଷ୍ଟିରୁ ଏଭଳି ଖବରକୁ ବିଶ୍ୱାସକୁ ନନେଇ କେବଳ ସରକାରୀ ଭାବେ ଦିଆଯାଇଥିବା ସୂଚନାକୁ ବିଶ୍ୱାସ କରିବାକୁ ଅନୁରୋଧ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ